ଜୁଲାଇରେ ହେବ ମାଟ୍ରିକ ଅଫଲାଇନ ପରୀକ୍ଷା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଚଳିତ ବର୍ଷ ମାଟ୍ରିକ ପରୀକ୍ଷାଫଳକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱ ମଧ୍ୟରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ଅଫଲାଇନ ପରୀକ୍ଷା ବ୍ୟବସ୍ଥା କରାଯାଇଛି। ଫଳରେ ଜୁଲାଇ ୫ ତାରିଖରେ ଛାତ୍ରଛାତ୍ରୀମାନେ ଅଫଲାଇନ ପରୀକ୍ଷା ନେଇ ଫର୍ମ ଫିଲଅପ୍ କରିପାରିବେ। ଏଥିସହିତ ୧୦ ଦିନ ଭିତରେ ଫର୍ମ ଫିଲଅପ୍ ଶେଷ କରିବାକୁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜୁଲାଇରେ ପରୀକ୍ଷା କରି ଶୀଘ୍ର ରେଜଲ୍ଟ ପ୍ରକାଶ କରାଯିବ। ଉତ୍ତୀର୍ଣ୍ଣ ପରୀକ୍ଷାର୍ଥୀଙ୍କ ପାଇଁ +୨ ନାମଲେଖା ସମସ୍ୟା ହେବନି ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।