ଆସନ୍ତାକାଲି ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଦିନ ସାଢ଼େ ୧୧ଟାରେ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ୱେବସାଇଟ ମାଧ୍ୟମରେ ରେଜଲ୍ଟ ଉପଲବ୍ଧ ହେବ। ସେହିପରି ଚଳିତବର୍ଷ ମୋବାଇଲ ମାଧ୍ୟମରେ ଛାତ୍ରଛାତ୍ରୀମାନେ ମଧ୍ୟ ଏସଏମଏସ କରି ମଧ୍ୟ ସେମାନଙ୍କର ପରୀକ୍ଷା ଫଳ ଜାଣି ପାରିବେ।  ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫେବୃଆରୀ ୧୯ ରୁ ମାର୍ଚ୍ଚ ୨ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ମୋଟ୍ ୫,୬୦,୯୦୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ଏମାନଙ୍କ ମଧ୍ୟରେ ୫,୪୭,୭୬୧ ଜଣ ହାଇସ୍କୁଲ, ୯,୭୭୧ ଜଣ ରାଜ୍ୟ ମୁକ୍ତ ବିଦ୍ୟାଳୟ ଏବଂ ୩,୩୩୭ ଜଣ ମଧ୍ୟମା ପରୀକ୍ଷାର୍ଥୀ ଥିଲେ । ଏମାନଙ୍କ ପାଇଁ ସମୁଦାୟ ୨,୮୮୮ ଟି ପରୀକ୍ଷା କେନ୍ଦ୍ର, ୩୦୭ଟି ନୋଡାଲ କେନ୍ଦ୍ର ଏବଂ ୬୧ ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଥିଲା। ମୋଟ ୬୦ଟି ସେଣ୍ଟରରେ ଖାତାଦେଖା ହୋଇଛି ।