୫୫୦ କୋଭିଡ ବେଡ୍ ବ୍ୟବସ୍ଥା କରିବ ଏମସିଏଲ, ନିର୍ଦ୍ଦେଶ ଦେଲେ କେନ୍ଦ୍ର ଖଣିମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ ରଖିଲେ କେନ୍ଦ୍ର ଖଣିମନ୍ତ୍ରୀ ପ୍ରହ୍ଲାଦ ଯୋଶୀ। ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଅନୁଗୋଳରେ ୫୫୦ କୋଭିଡ ଶଯ୍ୟା ବ୍ୟବସ୍ଥା କରିବା ସହ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ମହାନଦୀ କୋଲ ଫିଲ୍ଡ ଲିମିଟେଡ (ଏମସିଏଲ୍‌)କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁଯାୟୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତ ୭ ତାରିଖରେ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଅନୁଗୋଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ୫୫୦ଟି ବେଡ଼ ସହ ଅକ୍ସିଜେନ୍ ସଂଯୁକ୍ତ ବେଡ୍, ଆଇସିୟୁ, ଭେଣ୍ଟିଲେଟର ତଥା ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ଅନୁରୋଧ କରି ଥିଲେ। ଏହି ପତ୍ରର ପ୍ରତ୍ୟୁତ୍ତରରେ କେନ୍ଦ୍ରମନ୍ତ୍ରୀଙ୍କ ଅନୁରୋଧକୁ ପ୍ରାଥମିକତା ଦେଇ ପଦକ୍ଷେପ ନେବାକୁ ଏମଏସିଏଲକୁ ନିର୍ଦ୍ଦେଶ ଦେଇଥିବା ଉଲ୍ଲେଖ କରିଛନ୍ତି। ଏହି ସଙ୍କଟ ସମୟରେ ଓଡିଶାରେ ସ୍ଵାସ୍ଥ୍ୟସେବାକୁ ଗୁରୁତ୍ୱ ଦେଉଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି।