ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସବୁ ମେଡିକାଲ କଲେଜ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଆସନ୍ତା ଡିସେମ୍ବର ୧ରୁ ଓଡ଼ିଶାର ସମସ୍ତ ମେଡିକାଲ କଲେଜ ଖୋଲିବ। ଉଚ୍ଚଶିକ୍ଷା ବିଭାଗର ସଚିବ, ଡିନ୍ , ପ୍ରିନ୍ସିପାଲ ଓ ବିଭିନ୍ନ ମେଡିକାଲ୍ କଲେଜର ପରୀକ୍ଷା ନିୟନ୍ତ୍ରକଙ୍କ ସହ ଆଲୋଚନା ପରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଛି। ତେବେ କରୋନା କଟକଣା ସହ ମାର୍ଗଦର୍ଶିକା ମାନି କଲେଜ ଖୋଲିବାକୁ ସମସ୍ତ ମେଡିକାଲ କଲେଜମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟତଃ ମେଡିକାଲ କଲେଜର ଛାତ୍ରଛାତ୍ରୀଙ୍କ ପାଠପଢା ପାଇଁ କଲେଜ ଖୋଲାଯାଉଥିବା ନେଇ ରାଜ୍ୟ ସରକାରଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ।