ଆଜି ହେବ ଜିଲ୍ଲା ଚିକିତ୍ସା ଅଧିକାରୀମାନଙ୍କ କରୋନା ସମ୍ପର୍କିତ ବୈଠକ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ଅପରାହ୍ଣ ୪ଟା ୩୦ ମିନିଟରେ ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟର ସମସ୍ତ ଜିଲ୍ଲା ଚିକିତ୍ସା ଅଧିକାରୀଙ୍କ ବୈଠକ ଅନୁଷ୍ଠିତ ହେବ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେଉଛି। ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ୁଥିବାରୁ ଏ ସମ୍ପର୍କରେ ବୈଠକରେ ଆଲୋଚନା କରାଯିବ। ଏଥିରେ ରାଜ୍ୟରେ କରୋନା ସ୍ଥିତି କ’ଣ ଅଛି ଓ ସ୍ୱାସ୍ଥ୍ୟ ସମ୍ପର୍କିତ ବିଭିନ୍ନ ଯୋଜନା ଠିକ ଭାବେ କାର୍ଯ୍ୟକାରୀ ହେଉଛି କି ନାହିଁ ତାର ସମୀକ୍ଷା କରାଯିବ।