ଦେବଗଡ଼,ଏନ୍ଏନ୍ଏସ୍: କରୋନା ମହାମାରୀ ସମୟରେ ରାଜ୍ୟ ସରକାରଙ୍କ ଔଷଧ ନିଗମ ପକ୍ଷରୁ ମାକ୍ସ, ମ୍ୟାସିନ ଓ ପିପିଇ କିଟାରେ ହୋଇଥିବା ମହା ଦୁର୍ନୀତିର ନିରପେକ୍ଷ ତଦନ୍ତ ପାଇଁ ଦେବଗଡ ଜିଲ୍ଲା କଂଗ୍ରେସ ପକ୍ଷରୁ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ଆଜି ପୂର୍ବାହ୍ନରେ ଜିଲ୍ଲା କଂଗ୍ରେସ ସଭାପତି ଉମା ଶଙ୍କର ସାହୁଙ୍କ ନେତୃତ୍ୱରେ ଉପସଭାପତ ପ୍ରକାଶ ଚନ୍ଦ୍ର ଦେବତା, ମହିଳା କଂଗ୍ରେସ ସଭାନେତ୍ରୀ ମଞ୍ଜୁଲତା ନାୟକ, ସାଧାରଣ ସମ୍ପାଦକ କ୍ଷୀତିଶ କୁମାର ପ୍ରଧାନ ପ୍ରମୁଖ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ଅତିରିକ୍ତ ଜିଲ୍ଲାପାଳ ଧରମ ହାଂସଦାଙ୍କୁ ପ୍ରଦାନ କରିଛନ୍ତି।
