ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ବର୍ଷା ସମ୍ଭାବନା, ୬ ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ପାଗ ମୁଖ୍ୟତଃ ଏବେ ଶୁଖିଲା ରହିଛି। ହେଲେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଉକ୍ତ ୬ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

କନ୍ଧମାଳ, ନୟାଗଡ, ଗଜପତି, ଗଞ୍ଜାମ, କଟକ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ବର୍ଷା ହୋଇପାରେ। ଏଥିସହିତ ଦକ୍ଷିଣ ଉପକୂଳ ଓଡିଶାରେ ମଧ୍ୟମ ଧରଣର କୁହୁଡି ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସେହିପରି ଗତ ୨୪ ଘଣ୍ଟା ପରେ ସୁନ୍ଦରଗଡ, ଝାରସୁଗୁଡା, ଦେଓଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲ୍ଲାରେ ମଧ୍ୟ ହାଲକା ବର୍ଷା ହୋଇପାରେ। ତେବେ ରାଜ୍ୟରେ ଏଭଳି ପାଗ ଆସନ୍ତା ୨୧ ତାରିଖ ଯାଏଁ ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆଶଙ୍କା କରାଯାଇଛି।