ଆହୁରି ୪ ଦିନ ଯାଏଁ ଅସମ୍ଭାଳ ଗରମ, ଆଜି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆହୁରି କଲବଲ କରିବ ଅସହ୍ୟ ତାତି । ଆଭ୍ୟନ୍ତରୀଣ ଓଡିଶାରେ ଆହୁରି ୪ ଦିନ ଅନୁଭୂତ ହେବ ଅସମ୍ଭାଳ ଗରମ । ପାଣିପାଗରେ ପରିବର୍ତ୍ତନ ସମ୍ଭାବନା ନଥିବାରୁ ଆଭ୍ୟନ୍ତରୀଣ ଓଡିଶାରେ ଆହୁରି ୪ ଦିନ ଅସହ୍ୟ ତାତି ଅନୁଭୂତି ହେବ ।

ଅଭ୍ୟନ୍ତରୀଣ ଓଡିଶାର ଅନେକ ସ୍ଥାନରେ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବ ତାତି । ସେହିପରି ଉପକୂଳର କିଛି କିଛି ସ୍ଥାନରେ ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବ ଦିନର ତାପମାତ୍ରା । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରଭାବ ପାଇଁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ବୋଦ୍ଧ ଓ ବଲାଙ୍ଗୀର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।