ଶ୍ରୀନଗର,ଏନ୍ଏନ୍ଏସ୍: ଜମ୍ମୁ ଓ କଶ୍ମୀରର ଅନନ୍ତନାଗ ଜିଲ୍ଲା ବିଜ୍ବେହାରାରେ ଆତଙ୍କବାଦୀ ଆକ୍ରମଣରେ ଜଣେ ପୁଲିସ ଅଧିକାରୀ ଆହତ ହୋଇଥିବା ସୂଚନା। ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ସ୍ଥାନୀୟ ମେଡିକାଲ୍ରେ ଭର୍ତ୍ତି କରାଯାଇଛି। ଆହତ ପୁଲିସ ଅଧିକାରୀ ଜଣଙ୍କ ନାମ ଗୁଲାମ କାଦିର ବୋଲି ଜଣାପଡ଼ିଛି।
ବର୍ତ୍ତମାନ ପୁଲିସ ଅଧିକାରୀଙ୍କୁ ଶ୍ରୀନଗର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏହି ଘଟଣା ପରେ ସମ୍ପୃକ୍ତ ଅଞ୍ଚଳରେ ପୁଲିସ କର୍ଡନ ବୃଦ୍ଧି ପାଇଛି। ସେପଟେ ସୁରକ୍ଷାକର୍ମୀ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି। ସ୍ଥାନୀୟ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷାକର୍ମୀଙ୍କୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନନ୍ତନାଗ ଜିଲ୍ଲାର ଏକାଧିକ ସ୍ଥାନରେ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ବିଜ୍ବେହାରାରେ ଘନଘନ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ସୁରକ୍ଷାକର୍ମୀ।