ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କରୋନା ସଂକ୍ରମିତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ଜଣେ ମନ୍ତ୍ରୀ ତଥା ବରିଷ୍ଠ ବିଧାୟକ କରୋନା ସଂକ୍ରମିତ ହୋଇଛନ୍ତି । କାମାକ୍ଷାନଗର ବିଧାୟକ ତଥା ରାଜ୍ୟ ଖଣି, ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଟୁଇଟ କରି ସୂଚନା ଦେଇଛନ୍ତି ।

ସେ କୋଭିଡ୍ ଟେଷ୍ଟ କରାଇଥିଲେ ଓ ତାଙ୍କର ରିପୋର୍ଟ ପଜିଟିଭ୍ ବାହାରିଛି । ଏବେ ସେ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ ନିଜର କୋଭିଡ୍ ଟେଷ୍ଚ କରାଇବା ସହ ସଂଗରୋଧରେ ରହିବା ପାଇଁ ସେ ଅନୁରୋଧ କରିଛନ୍ତି ।