ମନ୍ତ୍ରୀ ସମୀର ଦାଶ ଓ ତାଙ୍କ ପତ୍ନୀଙ୍କୁ କରୋନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ତାଙ୍କ ପତ୍ନୀ ସଙ୍ଗିତା ଦାଶ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଥିବା ଜଣାପଡ଼ିଛି। ଏଥିସହିତ ଗତ ୭ ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କରୋନା ଟେଷ୍ଟ କରାଇବା ପାଇଁ ଶ୍ରୀ ଦାଶ ପରାମର୍ଶ ଦେଇଛନ୍ତି।