ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ମନ୍ତ୍ରୀ ସାରକା

ରାୟଗଡ଼ା,ଏନ୍ଏନ୍ଏସ୍: ରାୟଗଡ଼ା ଜିଲ୍ଲା ଅନ୍ତର୍ଗତ କଲ୍ୟାଣସିଂହପୁର ବ୍ଲକର ଦୁର୍ଗମ ଅଞ୍ଚଳ ଗସ୍ତ କରି ଲୋକଙ୍କ ସମସ୍ୟା ବୁଝିଛନ୍ତି ଅନୁସୂଚିତ ଜାତି ଓ ଜନଜାତି ତଥା ପଛୁଆବର୍ଗ ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା। କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସିକରପାଇ ପଞ୍ଚାୟତର ଦୁର୍ଗମ ଅଞ୍ଚଳ ଚକ୍ରକଲାଙ୍ଗ ଗ୍ରାମ ଗସ୍ତ କରି ରାସ୍ତାଘାଟ, ପାନୀୟ ଜଳ, ବିଜୁଳି, ଆବାସ ଯୋଜନା, ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା, ଚାଉଳ ଆଦି ଲୋକଙ୍କ ସମସ୍ୟା ପଚାରି ବୁଝିଥିଲେ। ଏଥିସହିତ ସମସ୍ୟାର ଯଥାଶୀଘ୍ର ସମାଧାନ କରାଯିବ ବୋଲି କହିଥିଲେ। ଗ୍ରାମରେ ପକ୍କା ରାସ୍ତା ନିର୍ମାଣ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯିବ ବୋଲି ପ୍ରକାଶ କରିଥିଲେ। ଏହା ମନ୍ତ୍ରୀ ଶ୍ରୀ ସାରକା ବେତଲାଙ୍ଗ ଗ୍ରାମ ଗସ୍ତକରି ଲୋକଙ୍କ ମୌଳିକ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ।