ରାଇକିଆ,ଏନ୍ଏନ୍ଏସ୍: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ୍ ଅଫିସରେ ମିଶନ ଶକ୍ତି କାଫେ ଉଦଘାଟିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ସାଧବାଣୀ ନାୟକ ଯୋଗଦେଇ ଉଦଘାଟନ କରିଥିଲେ । ମିଶନ ଶକ୍ତି ମହିଳା ସଦସ୍ୟଙ୍କ ଦ୍ୱାରା ଏହା ପରିଚାଳିତ ହେବ । ମହିଳାଙ୍କୁ ସ୍ୱାବଲମ୍ବୀ କରିବାରେ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି ଅତିଥିମାନେ ପ୍ରକାଶ କରିଥିଲେ । ଜିଲ୍ଲାପାଳ ଈଶ୍ୱର ପାଟିଲ, ରାଇକିଆ ବିଡିଓ ଶରତ ନାୟକ, ବ୍ଲକ୍ ଅଧ୍ୟକ୍ଷ ପ୍ରିତମ ପ୍ରଧାନ ଓ ଜିଲ୍ଲା ପରିଷଦ ସଭ୍ୟ ସତ୍ୟବାନ ପାତ୍ର ପ୍ରମୁଖ ଯୋଗ ଦେଇଥିଲେ । ପାରମ୍ପରିକ ଲୋକ ନୃତ୍ୟ ସହ ଅତିଥିଙ୍କୁ ସ୍ୱାଗତ କରାଯାଇଥିଲା । ବହୁ ସଂଖ୍ୟାରେ ମହିଳା କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।