ଭଗବାନ ଶିବଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ ବିଧାୟକ ସଦାଶିବ ପ୍ରଧାନୀ

ନବରଙ୍ଗପୁର,ଏନ୍‌ଏନ୍‌ଏସ: ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ଅନ୍ତର୍ଗତ କଂଗ୍ରା ପଞ୍ଚାୟତର ଲକଡ଼ିପଡ଼ା ଗ୍ରାମରେ ଭଗବାନ ଶିବଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ମୁଖ୍ୟଅତିଥି ଭାବେ ଅଂଶଗ୍ରହଣ କରିଥିଲେ । ଏହି ଅବସରରେ ୪ ପ୍ରହର ନାମଯଜ୍ଞ ଅନୁଷ୍ଠିତ ହେଉଛି । ଅନ୍ୟମାନଙ୍କ ମଧ୍ୟରେ ତେନ୍ତୁଳିଖୁଣ୍ଟି ପଞ୍ଚାୟତ ସମିତି ଅଧ୍ୟକ୍ଷା ନିଳେଦ୍ରୀ ନାୟକ, ଉପାଧ୍ୟକ୍ଷା ରାଜେନ୍ଦ୍ର ବିଷୋୟୀ ଓ ନନ୍ଦାହାଣ୍ଡି ବ୍ଲକ ସାଂସଦ ପ୍ରତିନିଧି ସୁନିଲ ସାହୁ ପ୍ରମୁଖ ଅଂଶଗ୍ରହଣ କରିଥିଲେ । ଗ୍ରାମବାସୀମାନେ କାର୍ଯ୍ୟକ୍ରମକୁ ପରିଚାଳନା କରୁଛନ୍ତି ।