ଏପ୍ରିଲ ୨୧ରେ ଲାଲକିଲ୍ଲାରୁ ଦେଶବାସୀଙ୍କୁ ସମ୍ବୋଧିତ କରିବେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ ୨୧ରେ ଶିଖ ଗୁରୁ ତେଗ ବାହାଦୂରଙ୍କ ୪୦୦ତମ ପ୍ରକାଶ ପର୍ବ ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କରିବେ । ଏନେଇ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ଅବସରରେ ମୋଦୀ ବିଶେଷ ମୁଦ୍ରା ଓ ଟିକେଟ ଜାରି କରିବେ । ଏଥିସହିତ ୪୦୦ ଶିଖ ସଙ୍ଗୀତକାର ‘ଶବଦ କୀର୍ତ୍ତନ’ ପରିବେଷଣ କରିବେ । ଏହି କାର୍ଯ୍ୟକ୍ରମ ଦିଲ୍ଲୀ ଶିଖ ଗୁରୁଦ୍ୱାର ପ୍ରବନ୍ଧକ କମିଟି ସାହଯ୍ୟରେ ସଂସ୍କୃତି ମନ୍ତ୍ରଣାଳୟ ଆୟୋଜନ କରିବ । ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହେବେ ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମଥର ପାଇଁ ଧାର୍ମିକ କାର୍ଯ୍ୟକ୍ରମରେ ଲାଲକିଲ୍ଲାରୁ ଦେଶବାସୀଙ୍କୁ ସମ୍ବୋଧନ କରିବେ । ମୋଦୀ ସ୍ୱାଧୀନତା ଦିବସ ବ୍ୟତୀତ ୨୦୧୮ ଅକ୍ଟୋବର ୨୧ରେ ଲାଲକିଲ୍ଲାରୁ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ ।