ଭୁବନେଶ୍ୱରରେ ମୋହନ ଭାଗବତ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଭୁବନେଶ୍ୱରରେ ପହଞ୍ଚିଛନ୍ତି ଆରଏସଏସର ମୁଖ୍ୟ ମୋହନ ଭାଗବତ। ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳରେ ଯୋଗଦେବେ। ପଶ୍ଚିମବଙ୍ଗ, ଓଡ଼ିଶା, ଆଣ୍ଡାମାନ ଓ ନିକୋବର ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳର ୩୫ ଜଣ ସଦସ୍ୟ ଏହି ବୈଠକରେ ଭାଗ ନେବେ। ଏଥିରେ କରୋନାରେ ପ୍ରଭାବିତ ଜନଜୀବନ, ଶିକ୍ଷା, ସ୍ୱାସ୍ଥ୍ୟ, ଆତ୍ମନିର୍ଭରଶୀଳତା ଉପରେ ମଧ୍ୟ ବିସ୍ତୃତ ଆଲୋଚନା ହେବା କାର୍ଯ୍ୟକ୍ରମ ରହିଛି।