- ନୂଆଦିଲ୍ଲୀ: ସୋମବାର ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ କେନ୍ଦ୍ର ସରକାର ଟଙ୍କା ପଠାଇବେ। ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ଏହି କିସ୍ତି ଟଙ୍କା ଆସିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅପରାହ୍ନ ୧୨.୩୦ରେ ଭିଡିଓ କନଫରେନ୍ସିଂ ଜରିଆରେ ପିଏମ୍ କିଷାନ ଯୋଜନା ଅଧିନରେ ଆର୍ôଥକ ସୁବିଧାର ପରବର୍ତ୍ତୀ କିସ୍ତି ମଞ୍ଜୁର କରିବେ। ଏହାଦ୍ୱାରା ୯.୭୫ କୋଟି କୃଷି ପରିବାରର ହିତାଧିକାରୀ ଉପକୃତ ହେବେ। ଏଥିପାଇଁ ୧୯,୫୦୦ କୋଟିରୁ ଅଧିକ ଟଙ୍କା ଟ୍ରାନ୍ସଫର କରାଯିବ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଚାଷୀ ହିତାଧିକାରୀଙ୍କ ସହିତ ଆଲୋଚନା କରିବା ସଙ୍ଗେ ସଙ୍ଗେ ଦେଶକୁ ସମ୍ବୋଧିତ କରିବେ। ପିଏମ୍-କିଷାନ ଯୋଜନା ଅଧିନରେ କୃଷକ ପରିବାରର ଯୋଗ୍ୟ ହିତାଧିକାରୀଙ୍କୁ ପ୍ରତି ବର୍ଷ ୬୦୦୦ ଟଙ୍କା କରି ପ୍ରଦାନ କରାଯାଇଥାଏ। ଏହି ଅର୍ଥ ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ୍ ଆକାଉଣ୍ଟକୁ ପଠାଯାଇଥାଏ। ଏହି ଯୋଜନାରେ ୧.୩୮ ଲକ୍ଷ କୋଟି ଟଙ୍କାରୁ ଅଧିକ ସମ୍ମାନ ରାଶି କୃଷକ ପରିବାରକୁ ପଠାଯାଇଛି।