ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଗାମୀ ୨ରୁ ୩ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବ । ପାଗ ଅନୁକୂଳ ଥିବାରୁ ମୌସୁମୀ ଓଡ଼ିଶା ଛୁଇଁବା ନେଇ ଅନୁମାନ କରାଯାଉଛି । ୨୧ ତାରିଖରୁ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହେବ । ୨୨ ତାରିଖରୁ ବର୍ଷାର ପରିମାଣ ବଢ଼ି ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବେନଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।