ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୨ ଜଣଙ୍କ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ୨ ଜଣ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି। ତେବେ ଏହି କ୍ରମରେ ରାଜ୍ୟରେ କରୋନାରେ ୨୩ ଜଣଙ୍କ ମୃତ୍ୟୁ ହେଲାଣି। ଏନେଇ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ତେବେ ଆଜି ସକାଳେ ରାଜ୍ୟରେ ପୁଣି ୨୪୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୧୪ ଜଣ କ୍ଵାରେଣ୍ଟାଇନ ସେଣ୍ଟରର ଓ ୩୧ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାଯାଇଛି।