ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ସୁସ୍ଥ ସଂଖ୍ୟା ୪୩୬ରେ ପହଞ୍ଚିଛି। ଏ ନେଇ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।
ସୁସ୍ଥ ହୋଇଥିବା ବ୍ୟକ୍ତିମାନଙ୍କ ମଧ୍ୟରେ ଅନୁଗୁଳରୁ ୧୫, ଗଞ୍ଜାମ, ରାଉରକେଲା ଓ ଯାଜପୁରରୁ ୮ ଜଣ ଲେଖାଏଁ ଏବଂ କେନ୍ଦ୍ରାପଡା, ପୁରୀ, କଟକ ଓ ବୌଦ୍ଧରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି।
ଏଥିସହ ବର୍ତ୍ତମାନ ରାଜ୍ୟରେ ୭୪୬ଟି ଆକ୍ଟିଭ କେସ୍ ରହିଛି।