ଥମୁନି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ଆଉ ୬୪ ଜଣଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ ହେବ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁରେ କୌଣସି ସୁଧାର ଆସିନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଏଥିରେ ଖୋର୍ଦ୍ଧାରୁ ସର୍ବାଧିକ ୨୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ଼ରୁ ୧୦, ବାଲେଶ୍ୱରରୁ ୮, ସୁନ୍ଦରଗଡରୁ ୭, ଗଞ୍ଜାମରୁ ୬, କନ୍ଧମାଳ ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ, ବୌଦ୍ଧ, କଳାହାଣ୍ଡି, କେନ୍ଦ୍ରାପଡା, ମୟୂରଭଞ୍ଜ, ନୂଆପଡା, ପୁରୀ, ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।