ଜଳେଶ୍ୱର ଅଞ୍ଚଳରୁ ୧ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ, ବାପ-ପୁଅ ଗିରଫ

ଜଳେଶ୍ୱର,ଏନ୍ଏନ୍ଏସ୍: ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର ଅଞ୍ଚଳରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି। ବ୍ରାଉନସୁଗାର ପରେ ଜଳେଶ୍ୱର ଅଞ୍ଚଳରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି। ସୂଚନା ଅନୁଯାୟୀ, ଜମାଲପୁର ଗାଁରୁ ଓଡ଼ିଶା ବାହାରକୁ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଏକ ବିଶ୍ୱସ୍ତ ସୂତ୍ରରୁ ଖବରପାଇ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଥିଲା।

ଚଢ଼ଉ ବେଳେ ଜମାଲପୁର ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ୧ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରାଯାଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପାଖାପାଖି ୭ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି। ଏହି ଘଟଣାରେ ଜମାଲପୁର ଗାଁର ଦୁଇ ଜଣଙ୍କୁ ଗିରଫ କରିଛି। ଉଭୟ ସଂପର୍କରେ ବାପ-ପୁଅ ବୋଲି ଜଣାପଡିଛି।