ନୂଆଦିଲ୍ଲୀ,ଏଜେନ୍ସି: ଭାରତରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଆଜି ସକାଳ ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଅତିକ୍ରମ କରିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ଭାରତରେ ୩୪ ହଜାର ୯୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮୭ ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହିତ ଭାରତରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩ ହଜାର ୮୩୨ରେ ପହଞ୍ଚିଛି। ସେହିପରି ଦେଶରେ ମୃତକଙ୍କ ସଂଖ୍ୟା ୨୫ ହଜାର ୬୦୨ରେ ପହଞ୍ଚିଛି।
ଆକ୍ରାନ୍ତଙ୍କ ମଧ୍ୟରୁ ୬ ଲକ୍ଷ ୩୫ ହଜାର ୭୫୭ ଜଣ ସୁସ୍ଥ ହୋଇଥିବା ବେଳେ ୩ ଲକ୍ଷ ୪୨ ହଜାର ୪୭୩ ସକ୍ରିୟ ଅଛନ୍ତି।