ଭାରତରେ ଗତ ୨୪ ଘଣ୍ଟାରେ ୨୫ ହଜାରରୁ ଅଧିକ କରୋନା ମାମଲା ଚିହ୍ନଟ, ୧୬୧ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଭାରତରେ ଗତ ୨୪ ଘଣ୍ଟାରେ ୨୫,୩୨୦ଟି ନୂଆ କରୋନା ପଜିଟିଭ କେସ୍ ଚିହ୍ନଟ ହୋଇଥିବା ବେଳେ ୧୬,୬୩୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କରୋନାରେ ୧୬୧ ଜଣଙ୍କ ମୃତ୍ୟୁ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଏହି ନୂଆ ସଂକ୍ରମଣ ମାମଲାକୁ ମିଶାଇ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୧ କୋଟି ୧୩ ଲକ୍ଷ ୫୯ ହଜାର ୪୮ରେ ପହଞ୍ଚିଛି। ସେହିପରି ଏହି ଭୂତାଣୁ ସଂକ୍ରମଣରୁ ଆରୋଗ୍ୟ ହୋଇ ୧ କୋଟି ୯ ଲକ୍ଷ ୮୯ ହଜାର ୮୯୭ ଜଣ ଘରକୁ ଫେରିଛନ୍ତି। ବର୍ତ୍ତମାନ ଦେଶରେ କରୋନା ଭୂତାଣୁର ୨ ଲକ୍ଷ ୧୦ ହଜାର ୫୪୪ ଜଣ ସକ୍ରିୟ ଆକ୍ରାନ୍ତ ରହିଥିବା ବେଳେ ୧ ଲକ୍ଷ ୫୮ ହଜାର ୬୦୭ ଜଣଙ୍କ ମୃତ୍ୟୁ ହୋଇଛି।

ସେହିପରି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଅନୁସାରେ ବର୍ତ୍ତମାନ ସୁଦ୍ଧା ଭାରତର ୨ କୋଟି ୯୭ ଲକ୍ଷ ୩୮ ହଜାର ୪୦୯ ଜଣ କରୋନା ଟିକା ନେଇସାରିଲେଣି।