ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ଦିନକୁ ଦିନ ହୁ ହୁ ହୋଇ ବଢୁଛି ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ପୁଣି ଥରେ ଆଜି ଦେଶରେ କରୋନା ସଂକ୍ରମଣ ରେକର୍ଡ ଭାଙ୍ଗିଛି। ଦେଶରେ ଆଜି ୨୪ ହଜାର ୮୭୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭ ଲକ୍ଷ ୬୭ ହଜାର ୨୯୬ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଗତ ୨୪ ଘଣ୍ଟାରେ ୪୮୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨୧ ହଜାର ୧୨୯କୁ ବୃଦ୍ଧି ହୋଇଛି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ ୪ ଲକ୍ଷ ୭୬ ହଜାର ୩୭୮ ଜଣ ସୁସ୍ଥ ହୋଇଥିବା ବେଳେ ୨ ଲକ୍ଷ ୬୯ ହଜାର ୭୮୯ ଜଣ ସକ୍ରିୟ ଥିବା ଜଣାପଡ଼ିଛି।