ନୂଆଦିଲ୍ଲୀ,ଏଜେନ୍ସି: କରୋନା ମହାମାରୀର ନୂଆ ଷ୍ଟ୍ରେନ ଚିହ୍ନଟ ହେବା ପରେ ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟାରେ ଦେଶରେ ୪୬ ହଜାର ୯୫୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧୨ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି।
ସେପଟେ ଦେଶରେ ୨୧ ହଜାର ୧୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୬ ଲକ୍ଷ ୪୬ ହଜାର ୮୧କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୧ କୋଟି ୧୧ ଲକ୍ଷ ୫୧ ହଜାର ୪୬୮ରେ ପହଞ୍ଚିଛି। ଏହାସହ ମୋଟ ୧ ଲକ୍ଷ ୫୯ ହଜାର ୯୬୭ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ମହାରାଷ୍ଟ୍ରରେ ପ୍ରତ୍ୟେକ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଦେଶରେ ଏପର୍ଯ୍ୟନ୍ତ ୪ କୋଟି ୫୦ ଲକ୍ଷ ୬୫ ହଜାର ୯୯୮ ଜଣଙ୍କୁ ଟିକାକରଣ କରାଯାଇଛି ।