ମୁଲାୟମ ସିଂହ ଯାଦବ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟିର ସଂସ୍ଥାପକ ମୁଲାୟମ ସିଂହ ଯାଦବଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଛି । ମୁଲାୟମ ସିଂହଙ୍କ ତରଫରୁ ଏହି ପୁରସ୍କାର ତାଙ୍କ ପୁଅ ଅଖିଳେଶ ଯାଦବ ଗ୍ରହଣ କରିଛନ୍ତି । ଅଖିଳେଶଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ସମ୍ମାନ ପ୍ରଦାନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଅଖିଳେଶଙ୍କ ସହ ତାଙ୍କ ପରିବାରବର୍ଗ ମଧ୍ୟ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ, ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କୁ ଭିନ୍ନ ଭିନ୍ନ ସ୍ୱାସ୍ଥ୍ୟଗତ ସମସ୍ୟାକୁ ନେଇ ଗତବର୍ଷ ସେପ୍ଟେମ୍ବରରେ ଗୁଡ଼ଗାଁର ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ ।