ଭୁବନେଶ୍ୱର,ଏନ୍ଏନ୍ଏସ୍: ବିଧାନସଭାରେ ମ୍ୟୁନିସପାଲ ଆଇନ ସଂଶୋଧନ ବିଲ୍ ପାରିତ ହୋଇଛି। ବିଲ୍ ପାରିତ ହେବା ପରେ ରାଜ୍ୟରେ ପୌର ନିର୍ବାଚନ ନେଇ ବାଟ ଫିଟିଛି। ବିଲ୍ ଅନୁଯାୟୀ ଏସସି,ଏସଟି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ସୀମା ୫୦ ପ୍ରତିଶତ ମଧ୍ୟରେ ରହିବ। ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ। ଏସସି ଓ ଏସଟିଙ୍କ ପରେ ପଛୁଆବର୍ଗଙ୍କୁ ଆବଶ୍ୟକ ସଂରକ୍ଷଣ ଦିଆଯିବ। କିନ୍ତୁ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷିତ ଆସନ ୨୭ ପ୍ରତିଶତରୁ ଅଧିକ ହେବନି ବୋଲି ଜଣାପଡ଼ିଛି।