ନୂଆଦିଲ୍ଲୀ,ଏଜେନ୍ସି: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଗତକାଲି(ଗୁରୁବାର) ଉପରାଷ୍ଟ୍ରପତି ଭାବରେ ଜଗଦୀପ ଧନଖଡ଼ ଶପଥ ଗ୍ରହଣ କରିବା ପରେ ଆଜି(ଶୁକ୍ରବାର) ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସୌଜନ୍ୟମୂଳକ ଆଲୋଚନା କରିଛନ୍ତି।
ଦିଲ୍ଲୀରେ ଶୁକ୍ରବାର ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ପ୍ରଧାନମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ଆଲୋଚନା କରିଛନ୍ତି। ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ବିଦାୟୀ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଉପସ୍ଥିତ ଥିଲେ।