ନବରଙ୍ଗପୁର,ଏନ୍ଏନ୍ଏସ୍: ଜିଲ୍ଲା ଆଇନ ସେବା ପ୍ରାଧିକରଣ ନବରଙ୍ଗପୁର ତରଫରୁ ଜିଲ୍ଲା କୋର୍ଟ ପରିସରରେ ଆଇନଜୀବୀ, ପାରା ଲିଗାଲ ସଦସ୍ୟ ଓ ଛାତ୍ରଛାତ୍ରୀଙ୍କୁ ନେଇ ରାଷ୍ଟ୍ରୀୟ ଆଇନ ସେବା ଦିବସ ୨୦୨୨ ପାଳିତ ହେଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଓ ଜିଲ୍ଲା ଦୌରାଜଜ୍ ସଞ୍ଜୀବ ଦୁବେଙ୍କ ନିର୍ଦ୍ଦେଶକ୍ରମେ ଆୟୋଜିତ ହୋଇଥିଲା । ଏଥିରେ ଜିଲ୍ଲା ଦୌରାଜଜ୍ ସଞ୍ଜୀବ ଦୁବେ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଭିନ୍ନ ଆଇନ ବିଷୟରେ ସଚେତନ କରିଥିଲେ । ଅନ୍ୟ ଅତିଥିଭାବେ ପରିବାର ବିଚାର ବିଭାଗୀୟ ଜଜ୍ ଡା. ମୁନରାନୀ ମିଶ୍ର, ଅତିରିକ୍ତ ଜିଲ୍ଲା ଜଜ୍(ପୋକସୋ) ପ୍ରଣତୀ ସାହା, ମୁଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ସୁଦାମ ଚରଣ ଦାଶ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଜନକ ରାଉତ ଓ ରେଜିଷ୍ଟ୍ରାର ଜିଲ୍ଲାକୋର୍ଟ ସୁକାନ୍ତ କିଶୋର ଜେନାଙ୍କ ସମେତ ବହୁ ଆଇନଜୀବୀ ଯୋଗ ଦେଇଥିଲେ । ଉପସ୍ଥିତ ଅତିଥିବୃନ୍ଦ ରାଷ୍ଟ୍ରୀୟ ଆଇନ ସେବା ଦିବସ ବିଷୟରେ ଆଲୋକପାତ କରିଥିଲେ । ଏହି ଅବସରରେ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣର ଆଦେଶକ୍ରମେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ନବରଙ୍ଗପୁର ତରଫରୁ ନୂତନ ଜିଲ୍ଲା କୋର୍ଟ ପରିସରରେ ଏକ ଜୁଡିସିୟାଲ ପ୍ରଦର୍ଶନୀ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଜନକ ରାଉତଙ୍କ ଦ୍ୱାରା ପରିଚାଳନା କରାଯାଇଥିଲା ।