ଓଡ଼ିଶାରେ ପ୍ରଥମ ଥର ପାଇଁ ଖେଳାଯିବ ଜାତୀୟ ପାରା ବ୍ୟାଡମିଣ୍ଟନ ଚାମ୍ପିଅନସିପ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜିଠାରୁ ଓଡ଼ିଶାରେ ପ୍ରଥମ ଥର ପାଇଁ ଖେଳାଯିବ ଜାତୀୟ ପାରା ବ୍ୟାଡମିଣ୍ଟନ ଚାମ୍ପିଅନସିପ। ଚାମ୍ପିଅନସିପ୍ ପାଇଁ ୫୦୦ରୁ ଅଧିକ ଖେଳାଳି ଭୁବନେଶ୍ବରରେ ପହଞ୍ଚି ସାରିଲେଣି।

ଏହାସହ ଟୋକିଓ ପାରା ଅଲମ୍ପିକ୍ସରେ ଅଂଶଗ୍ରହଣ କରିଥିବା ସମସ୍ତ ଷ୍ଟାର ବ୍ୟାଡମିଣ୍ଟନ ଖେଳାଳି ଓ ଟୋକିଓ ଅଲମ୍ପିକ୍ସର ସ୍ବର୍ଣ୍ଣ ପଦକ ବିଜେତା ତଥା ଓଡ଼ିଆ ପୁଅ ପ୍ରମୋଦ ଭଗତ ମଧ୍ୟ ଟୁର୍ଣ୍ଣାମେଣ୍ଟରେ ଭାଗ ନେବେ। ଭୁବନେଶ୍ବରରେ ଖେଳାଯିବାକୁ ଥିବା ଚତୁର୍ଥ ଜାତୀୟ ପାରା ବ୍ୟାଡମିଣ୍ଟନ ଚାମ୍ପିଅନସିପ ରେଳବାଇ ଇଣ୍ଡୋର ଷ୍ଟାଡିୟମ ଓ ଉଡାଣ ଏକାଡେମୀରେ ଖେଳାଯିବ। ଏହି ଚାମ୍ପିଅନସିପ୍ ଟ୍ରଫି ପାଇଁ ଉଭୟ ପୁରୁଷ ଓ ମହିଳା ବର୍ଗରେ ଦେଶର ବିଭିନ୍ନ ପ୍ରାନ୍ତରୁ ଖେଳାଳି ଭାଗ ନେବେ।