ଭୁବନେଶ୍ୱର,ଏନ୍ଏନ୍ଏସ୍: ପ୍ରବାସୀ ଓଡ଼ିଆଙ୍କୁ ନିରାପଦ ସହ ରାଜ୍ୟକୁ ଫେରାଇ ଆଣିବା ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ ୟେଦୁରପ୍ପାଙ୍କ ସହ ଭିଡ଼ିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। ଏହି ସମୟରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭିଡ଼ିଓ କନଫରେନ୍ସିଂ ଜରିଆରେ ଯୋଗଦେଇଥିଲେ।
ଏହି ସମୟରେ ଲକଡାଉନରେ କର୍ଣ୍ଣାଟକରେ ଫସି ରହିଥିବା ପ୍ରବାସୀ ଓଡ଼ିଆଙ୍କ ସମସ୍ୟାକୁ ନେଇ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନସିଂ ଜରିଆରେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। କର୍ଣ୍ଣାଟକରେ ଥିବା ପ୍ରବାସୀ ଓଡ଼ିଆ ଯେପରି ନିରାପଦରେ ଓଡ଼ିଶା ଫେରିବେ ସେ ନେଇ କର୍ଣ୍ଣାଟକ ସରକାର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି।