ଦୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ନବୀନଙ୍କ ଅପିଲ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଓଡ଼ିଶା ଝିଅ ଦୌପଦୀ ମୁର୍ମୁଙ୍କୁ ଦଳମତ ନିର୍ବିଶେଷରେ ରାଷ୍ଟ୍ରପତି ପଦ ଲାଗି ସମର୍ଥନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ବିଧାୟକଙ୍କୁ ଅପିଲ କରିଛନ୍ତି । ଟ୍ୱିଟ୍ ଜରିଆରେ ନବୀନ ଏହି ଅପିଲ କରିଛନ୍ତି ।

ସୂଚନାଯୋଗ୍ୟ, ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ଦୌପଦୀ ମୁର୍ମୁଙ୍କୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଚୟନ କରିଛି। ଦୌପଦୀ ଜୁନ୍ ୨୪ରେ ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ଜଣାପଡ଼ିଛି । ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦୌପଦୀଙ୍କ ନାଁ ଘୋଷଣା ହେବା ପରେ ତାଙ୍କୁ Z+ ସୁରକ୍ଷା ପ୍ରଦାନ କରାଯାଇଛି ।