ଆଜି କରୋନା ନେଇ ଭିଡିଓ ବାର୍ତ୍ତା ଜରିଆରେ ବଡ଼ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍ : କରୋନା ମହାମାରୀରେ ପରିଣତ ହେବା ପୂର୍ବରୁ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର ହୋଇଉଠିଛନ୍ତି । ତେବେ ଆଜି କରୋନା ନେଇ ଭିଡିଓ ମେସେଜ ଜରିଆରେ ବଡ଼ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟବାସୀଙ୍କୁ ସେ ଗଣମାଧ୍ୟମ ଜରିଆରେ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଜାରି ହୋଇଥିବା କଟକଣାକୁ ଆହୁରି କଡ଼ାକଡ଼ି କରିବା ପାଇଁ ହୁଏତ କିଛି ବଡ଼ ନିଷ୍ପତ୍ତି ନେଇପାରନ୍ତି ନବୀନ । ଅନ୍ୟ ପକ୍ଷରେ ଆଜି ରାତି ୮ଟା ବେଳେ ପ୍ରଧାନମନ୍ତ୍ରୀ ମୋଦୀ ବଢ଼ି ଚାଲିଥିବା କରୋନାଭାଇରସ୍ ସଂକ୍ରାନ୍ତ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସହ ଦେଶବାସୀଙ୍କୁ ସମ୍ବୋଧନ କରିବେ ।