ଭୁବନେଶ୍ବର,ଏନ୍ଏନ୍ଏସ୍: ୨୧ ଜଣ ମନ୍ତ୍ରୀଙ୍କୁ ନେଇ ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ ଗଠନ ହୋଇଛି। ଏହାପରେ ପ୍ରତ୍ୟେକ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରାଯାଇଛି। ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳର ୨୧ ମନ୍ତ୍ରୀ ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନୂଆ ମନ୍ତ୍ରୀଙ୍କୁ ଲୋକସେବା ଭବନର କନଭେନସନ ହଲ୍ରେ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ସେମାନଙ୍କ ମଧ୍ୟରେ ୧୩ ଜଣ କ୍ୟାବିନେଟ୍ ମନ୍ତ୍ରୀ ଥିବା ବେଳେ ୮ ଜଣ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି।
କ୍ୟାବିନେଟ୍ ମନ୍ତ୍ରୀ
ଜଗନ୍ନାଥ ସାରକା- ଅନୁସୂଚିତ ଜାତି ଓ ଜନଜାତି ବିକାଶ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ
ନିରଞ୍ଜନ ପୂଜାରୀ- ଅର୍ଥ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ
ରଣେନ୍ଦ୍ର ପ୍ରତାପ ସ୍ବାଇଁ- କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ।
ପ୍ରଦୀପ କୁମାର ଅମାତ- ଜଙ୍ଗଲ ଓ ପରିବେଶ, ପଞ୍ଚାୟତିରାଜ ପାନୀୟ ଜଳ ଓ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ
ପ୍ରମିଳା ମଲ୍ଲିକ- ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ
ଉଷା ଦେବୀ- ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ
ପ୍ରଫୁଲ୍ଲ କୁମାର ମଲ୍ଲିକ- ଇସ୍ପାତ୍ ଓ ଖଣି, ପୂର୍ତ୍ତ ବିଭାଗ ମନ୍ତ୍ରୀ
ପ୍ରତାପ କେଶରୀ ଦେବ- ଶକ୍ତି, ଶିଳ୍ପ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ
ଅତନୁ ସବ୍ୟସାଚୀ ନାୟକ- ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗ ମନ୍ତ୍ରୀ
ନବ କିଶୋର ଦାସ- ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ
ଟୁକୁନୀ ସାହୁ- ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ
ଅଶୋକ ଚନ୍ଦ୍ର ପଣ୍ଡା- ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ
ରାଜେନ୍ଦ୍ର ଢୋଲକିଆ- ଯୋଜନା ଓ ସଂଯୋଜନା ମନ୍ତ୍ରୀ
