ସଇଁନ୍ତଳା,ଏନ୍ଏନ୍ଏସ୍: ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ଥାନା ବଡ଼ମାଲ ଫାଣ୍ଡି କଳାହାଣ୍ଡି ଛକ ନିକଟସ୍ଥ ରେଲୱେ ଲାଇନଠାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଷ୍ଟେସନର ଏକ ନାଳରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ମୃତକଙ୍କ ପରିଚୟ ମିଳି ନ ଥିବାବେଳେ ହତ୍ୟା ନା ଆତ୍ମହତ୍ୟା ତାହା ଅସ୍ପଷ୍ଟ ରହିଛି। ତେବେ ଘଟଣା ସମ୍ପର୍କରେ ପୁଲିସ ତଦନ୍ତ ଆରମ୍ଭ କରିଛି।