ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ରଘୁବର ଦାସ ଶପଥ ଗ୍ରହଣ କରିଛନ୍ତି । ହାଇକୋର୍ଟ ମୁଖ୍ୟ ବିଚାରପତି ଡା. ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ରାଜଭବନରେ ଶ୍ରୀ ଦାସଙ୍କୁ ଶପଥ ପାଠ କରାଇଛନ୍ତି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ମନ୍ତ୍ରୀମଣ୍ଡଳର ସଦସ୍ୟ ଉପସ୍ଥିତ ଥିଲେ । ଶପଥ ଗ୍ରହଣ ପରେ ନୂଆ ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା ।