ହସ୍ପିଟାଲ ପାଇଁ ଜାରି ହେଲା ନୂଆ ଗାଇଡଲାଇନ

ଭୁବନେଶ୍ୱର,ଏନ୍ଏନ୍ଏସ୍: କରୋନା ସଂକ୍ରମଣ ବଢ଼ୁଥିବାରୁ ହସ୍ପିଟାଲ ପାଇଁ ନୂଆ ଗାଇଡଲାଇନ ଜାରି କରାଯାଇଛି। ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲ ଲାଗି ସରକାର ଗାଇଡଲାଇନ ଘୋଷଣା କରିଛନ୍ତି। ମେଡିକାଲ ଯେମିତି ହସ୍ପିଟାଲ ନ ପାଲଟିବ ସେଥିପାଇଁ କଡ଼ା ତାଗିଦ କରାଯାଇଛି। ପ୍ରତ୍ୟେକ ହସ୍ପିଟାଲ ଅଲଗା ଜ୍ୱର ଓ ଆଇସୋଲେସନ କ୍ଲିନିକ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।