୩୦ ଜିଲ୍ଲା ପାଇଁ ନିଯୁକ୍ତ ହେଲେ ନୂଆ ପର୍ଯ୍ୟବେକ୍ଷକ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟର ସମସ୍ତ ଜିଲ୍ଲା ପାଇଁ ବିଜେଡି ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି। ଏଥିସହିତ ୬ଜଣ ନେତାଙ୍କୁ ୩୦ ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଥିବା ନେଇ ସୂଚନା ମିଳିଛି। ପୂର୍ବରୁ ଜାରି ହୋଇଥିବା ସମସ୍ତ ନିର୍ଦ୍ଦେଶକୁ ବାତିଲ କରି ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି।

ଏହି ପରିପ୍ରେକ୍ଷୀରେ ବିକ୍ରମ କେଶରୀ ଅରୁଖ, ଦେବୀ ପ୍ରସାଦ ମିଶ୍ର, ନିରଞ୍ଜନ ପୂଜାରୀ, ସୌମ୍ୟ ରଞ୍ଜନ ପଟ୍ଟନାୟକ, ପ୍ରସନ୍ନ ଆଚାର୍ଯ୍ୟ ଓ ମହେଶ୍ୱର ମହାନ୍ତି ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ପାଇଛନ୍ତି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ବିକ୍ରମ କେଶରୀ ଆରୁଖ ନିଯୁକ୍ତି ପାଇଥିବାବେଳେ ଦେବୀ ପ୍ରସାଦ ମିଶ୍ରଙ୍କୁ ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ ଓ ବୌଦ୍ଧ ଜିଲ୍ଲାର ଦାୟିତ୍ୱ ମିଳିଛି। ନିରଞ୍ଜନ ପୂଜାରୀଙ୍କୁ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର ଓ ବରଗଡ଼ ଦାୟିତ୍ୱ ମିଳିଥିବାବେଳେ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଦାୟିତ୍ୱ ଦିଆଯାଇଛି।