Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଚାକିରିର ୭ ବର୍ଷ ମଧ୍ୟରେ ମୃତ୍ୟୁ ଘଟିଲେ ପରିବାରକୁ ମିଳିବ ୫୦% ବର୍ଦ୍ଧିତ ପେନସନ୍ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଚାକିରିର ୭ ବର୍ଷ ମଧ୍ୟରେ ମୃତ୍ୟୁ ଘଟିଲେ ପରିବାରକୁ ମିଳିବ ୫୦% ବର୍ଦ୍ଧିତ ପେନସନ୍

ନୂଆଦିଲ୍ଲୀ: ଏଣିକି ଚାକିରିରେ ଯୋଗ ଦେବାର ୭ ବର୍ଷ ମଧ୍ୟରେ ପ୍ରାଣ ହରାଉଥିବା ସରକାରୀ କର୍ମଚାରୀଙ୍କ ନିକଟ ସମ୍ପର୍କୀୟ ମଧ୍ୟ ୧୦ ବର୍ଷର ଅବଧି ଲାଗି ଶେଷ ଦରମାର ବର୍ଦ୍ଧିତ ୫୦% ହାରରେ ପାରିବାରିକ ପେନସନ ପାଇପାରିବେ। କେନ୍ଦ୍ରୀୟ ପ୍ରଶାସନିକ ସେବା (ପେନସନ) ନିୟମାବଳୀ, ୧୯୭୨ର ନିୟମ ୫୪ ଅନୁଯାୟୀ କର୍ତ୍ତବ୍ୟରତ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ଘଟିଲେ ତାଙ୍କ ନିକଟ ସମ୍ପର୍କୀୟଙ୍କୁ ପାରିବାରିକ ପେନସନ୍ ଦିଆଯାଇଥାଏ।

ସରକାରୀ ଚାକିରିରେ ସର୍ବନିମ୍ନ ୭ ବର୍ଷ ପୂରଣ କରିଥିଲେ ପାରିବାରିକ ପେନସନ୍ ଶେଷ ଦରମାର ୫୦% ବର୍ଦ୍ଧିତ ଦରରେ ୧୦ ବର୍ଷର ଅବଧି ଲାଗି ଦିଆଯାଇଥାଏ। ଏହାପରେ ପାରିବାରିକ ପେନସନ ଶେଷ ଦରମାର ୩୦% ହାରରେ ପ୍ରଦାନ କରାଯାଇଥାଏ। ତେବେ ଚାକିରି କରିବାର ୭ ବର୍ଷ ମଧ୍ୟରେ ଯଦି ସରକାରୀ କର୍ମଚାରୀଙ୍କ ମୃତ୍ୟୁ ଘଟେ ତା’ହେଲେ ତାଙ୍କ ପରିବାରକୁ ୩୦% ହାରରେ ପାରିବାରିକ ପେନସନ ମିଳିଥାଏ।

ଏପରି କ୍ଷେତ୍ରରେ ମୃତ ସରକାରୀ କର୍ମଚାରୀଙ୍କ ପରିବାର ବର୍ଦ୍ଧିତ ୫୦% ହାରରେ ପାରିବାରିକ ପେନସନ ପାଇବା ଲାଗି ଯୋଗ୍ୟ ହୋଇନଥାନ୍ତି। ଏବେ କେନ୍ଦ୍ର ସରକାର ହୃଦବୋଧ କରିଛନ୍ତି ଯେ ପ୍ରାରମ୍ଭିକ କାର୍ଯ୍ୟକାଳ ସମୟରେ ସରକାରୀ କର୍ମଚାରୀଙ୍କ ଦରମା କମ ହୋଇଥିବା କାରଣରୁ ଚାକିରିରେ ଯୋଗ ଦେବାର ୭ ବର୍ଷ ମଧ୍ୟରେ ପ୍ରାଣ ହରାଉଥିବା କର୍ମଚାରୀଙ୍କ ପରିବାର ପାଇଁ ବର୍ଦ୍ଧିତ ହାରରେ ପାରିବାରିକ ପେନସନ ପ୍ରଦାନ କରାଯିବାର ଅଧିକ ଆବଶ୍ୟକତା ରହିଛି।

ତେଣୁ ସରକାର କେନ୍ଦ୍ରୀୟ ପ୍ରଶାସନିକ ସେବା (ପେନସନ) ନିୟମାବଳୀ, ୧୯୭୨ର ନିୟମ ୫୪ରେ ସଂଶୋଧନ କରିଛନ୍ତି। ଏ ସଂକ୍ରାନ୍ତରେ ୧୯ ସେପ୍ଟେମ୍ବର, ୨୦୧୯ରେ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଉପରୋକ୍ତ ସଂଶୋଧନ ୧ ଅକ୍ଟୋବର, ୨୦୧୯ରୁ ଲାଗୁ ହେବ।

ଏହି ତାରିଖର ୧୦ ବର୍ଷ ପୂର୍ବରୁ ୭ ବର୍ଷର କାର୍ଯ୍ୟକାଳ ପୂରଣ କରିନପାରି ପ୍ରାଣ ହରାଇଥିବା ସରକାରୀ କର୍ମଚାରୀଙ୍କ ପରିବାର ମଧ୍ୟ ୧୦ ବର୍ଷ ଲାଗି ବର୍ଦ୍ଧିତ ହାରରେ ପାରିବାରିକ ପେନସନ ପାଇବାକୁ ଯୋଗ୍ୟ ବିବେଚିତ ହେବେ। ତେବେ ଏହି ସୁବିଧା ସେମାନେ ୧ ଅକ୍ଟୋବର, ୨୦୧୯ଠାରୁ ପାଇବେ।