ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୫୮ କରୋନା ଆକ୍ରାନ୍ତ, ପଢନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ନୂଆ ୩୫୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୨୫୫୦୫ରେ ପହଞ୍ଚିଛି।

ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଅନୁଗୁଳ ଜିଲ୍ଲାରୁ ୫୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୫, ବରଗଡରୁ ୭, ଭଦ୍ରକରୁ ୧, ବଲାଙ୍ଗିରରୁ ୧୩, କଟକରୁ ୮, ଦେବଗଡରୁ ୪, ଢେଙ୍କନାଳରୁ ୫, ଗଜପତିରୁ ୪, ଗଞ୍ଜାମରୁ ୫, ଜଗତସିଂହପୁରରୁ ୪, ଯାଜପୁରରୁ ୧୫, ଝାରସୁଗୁଡାରୁ ୬, କଳାହାଣ୍ଡିରୁ ୪, କେନ୍ଦ୍ରାପଡାରୁ ୧୧, କେନ୍ଦୁଝରରୁ ୮, ଖୋର୍ଦ୍ଧାରୁ ୩୬, କୋରାପୁଟରୁ ୮, ମୟୂରଭଞ୍ଜରୁ ୧୭, ନବରଙ୍ଗପୁରରୁ ୬, ନୟାଗଡରୁ ୧, ନୂଆପଡାରୁ ୨୬, ପୁରୀରୁ ୧, ରାୟଗଡାରୁ ୧, ସମ୍ବଲପୁରରୁ ୨୧, ସୋନପୁରରୁ ୧, ସୁନ୍ଦରଗଡରୁ ୨୯ ଏବଂ ଷ୍ଟେଟପୁଲରୁ ୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।