ନିକୁଞ୍ଜ ବିହାରୀ ଧଳ ହେଲେ ନୂଆ ଏସଆରସି

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ବରିଷ୍ଠ ଆଇଏଏସ୍ ନିକୁଞ୍ଜ ବିହାରୀ ଧଳ ନୂଆ ଏସଆରସି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ନୂଆ ଏସଆରସିଙ୍କ ନିଯୁକ୍ତିକୁ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ମୁଖ୍ୟ ଶାସନ ସଚିବ ଭାବେ ପ୍ରଦୀପ ଜେନା ନିଯୁକ୍ତ ହେବା ପରେ ନିକୁଞ୍ଜଙ୍କୁ ଦାୟିତ୍ୱ ଦିଆଯାଇଥିବା ଜଣାପଡ଼ିଛି ।