ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀ ଦଳକୁ ଏକତ୍ରିତ କରିବା ପାଇଁ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆଜି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଓ ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି । ଉକ୍ତ ବୈଠକରେ ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ, ବିହାର ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ଅଖିଳେଶ ପ୍ରସାଦ ସିଂହ, ଜେଡିୟୁ ଅଧ୍ୟକ୍ଷ ଲଲନ ସିଂହ ଓ ମନ୍ତ୍ରୀ ସଞ୍ଜୟ ଝା ଉପସ୍ଥିତ ଥିଲେ ।
ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଆବାସରେ ହୋଇଥିବା ବୈଠକରେ ଦେଶରେ ବର୍ତ୍ତମାନର ରାଜନୈତିକ ସ୍ଥିତି ଓ ଆଗାମୀ ଲୋକସଭା ନିର୍ବାଚନ ପାଇଁ ବିରୋଧୀ ଦଳକୁ ଏକତ୍ରିତ କରିବା ପ୍ରସଙ୍ଗରେ ଆଲୋଚନା ହୋଇଥିଲା । ଏହି ପରିପ୍ରେକ୍ଷୀରେ ନୀତିଶଙ୍କୁ କିଛି ଦଳ ସହ କଥା ହେବା ପାଇଁ ଦାୟିତ୍ୱ ଦିଆଯାଇଛି ।