ପାଟନା: ନୀତିଶ କୁମାର ସପ୍ତମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଫାଗୁ ଚୌହାନ ନୀତିଶଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଅବସରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିଜ୍ ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ ସମାରୋହକୁ ଆରଜେଡି ବୟକଟ୍ କରଥିବା ଜଣାପଡ଼ିଛି।