ଆଉ ଆସିବନି ଅନୁଭବଙ୍କ ଭିଡିଓ

କଟକ,ଏନ୍‌ଏନ୍‌ଏସ୍‌: ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ପାରିବାରିକ ବିବାଦ ମାମଲାରେ ହାଇକୋର୍ଟ ଆଜି ଉଭୟଙ୍କୁ ତାଗିଦ କରିଛନ୍ତି । କୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେହି କାହା ବିରୋଧରେ ସୋସିଆଲ ମିଡିଆରେ ମନ୍ତବ୍ୟ ଦେଇପାରିବେ ନାହିଁ । ଅନୁଭବ ଆଉ କୌଣସି ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ ନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଜୁଲାଇ ୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣୀ ପାଇଁ ଦିନ ଧାର୍ଯ୍ୟ କରାଯାଇଥିବା ଜଣାପଡ଼ିଛି ।

ସୂଚନାଯୋଗ୍ୟ, ସୋସିଆଲ ମିଡିଆରେ ଅନୁଭବଙ୍କ ଭିଡିଓ ପୋଷ୍ଟ ବିରୋଧରେ ବର୍ଷା ହାଇକୋର୍ଟରେ ପିଟିସନ ଦାୟର କରିଥିଲେ । ଏଥିରେ ଅନୁଭବ ତାଙ୍କ ବିରୋଧରେ ଅରୁଚିକର ମନ୍ତବ୍ୟ ଦେଉଥିବା ବର୍ଷା ଉଲ୍ଲେଖ କରିଥିଲେ ।