ନୂଆ ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଉଦଯାପିତ

ଫିରିଙ୍ଗିଆ,ଏନ୍‌ଏନ୍‌ଏସ୍‌: ଫିରିଙ୍ଗିଆ ବ୍ଲକ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସଭାଗୃହରେ ନୂଆ ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ପଞ୍ଚାୟତ ମହାବିଦ୍ୟାଳୟର +୨ ଅଧ୍ୟକ୍ଷ ଚିତ୍ତରଞ୍ଜନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପଞ୍ଚାୟତ ସ୍ନାତକ ମହାବିଦ୍ୟାଳୟର ଅଧ୍ୟକ୍ଷ ନବଘନ ସାହୁ ଯୋଗ ଦେଇଥିଲେ । ସମ୍ମାନିତ ଅତିଥିଭାବେ ଡା. ବିରଞ୍ଚି ନାରାୟଣ ସାହୁ, ହରିପ୍ରିୟା ମିଶ୍ର ଓ ଡମ୍ବରୁଧର ସାହୁ ଯୋଗଦେଇ ଓଡ଼ିଆ ଭାଷା ଓ ଶ୍ରୀ ଜଗନ୍ନାଥ ସଂସ୍କୃତି ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ମୁଖ୍ୟବକ୍ତା ଭାବେ ଅଧ୍ୟାପକ ରାମକୃଷ୍ଣ ମହାନ୍ତି ଯୋଗ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅନ୍ୟାନ୍ୟ ଅଧ୍ୟାପକ ବାଲୁଙ୍କେଶ୍ୱର ଆଚାର୍ଯ୍ୟ, ଲକ୍ଷ୍ମୀକାନ୍ତ ସାହୁ, ଚିନ୍ମୟୀ ନାୟକ, ସୁଶାନ୍ତ କୁମାର ନାୟକ, ବିଜନ କୁମାର ପ୍ରଧାନ, ଅଶୋକ କୁମାର ପ୍ରଧାନ ଓ ଶୁକଦେବ ମୁଖୀ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ନୋଡାଲ ଅଫିସର ଓଡ଼ିଆ ବିଭାଗର ଅଧ୍ୟାପକ ବିଭୁତି ଭୂଷଣ ଶତପଥୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।