ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨୯କୁ ବୃଦ୍ଧି ପାଇଛି। ତେବେ ଆଜି ସକାଳ ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୧ ହୋଇଥିବାବେଳେ ଏଥିରୁ ଆରୋଗ୍ୟ ହୋଇ ୧୦୦ ଜଣ ଘରକୁ ଫେରିଛନ୍ତି। ଏହି ପରିପ୍ରେକ୍ଷୀରେ ସର୍ବାଧିକ ମହାରାଷ୍ଟ୍ରରେ ୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁଜୁରାଟରେ ୫ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ଆଜି ସକାଳ ସାଢ଼େ ୧୦ଟା ସୁଦ୍ଧା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଜାରି ହୋଇଛି।