Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
୧୧ ବରିଷ୍ଠ ଓଏଏସ୍‌ ଅଫିସରଙ୍କ ବଦଳି – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

୧୧ ବରିଷ୍ଠ ଓଏଏସ୍‌ ଅଫିସରଙ୍କ ବଦଳି

ଭୁବନେଶ୍ବର,ଏନ୍ଏନ୍ଏସ୍: ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳବଦଳ । ମୋଟ୍‌ ୧୧ ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର । କୃଷି ମନ୍ତ୍ରୀ ଅରୁଣ ସାହୁଙ୍କ ଓଏସଡି ଥିବା ବରିଷ୍ଠ ଓଏଏସ୍ ଦେବାଶୀଷ ପଟ୍ଟନାୟକଙ୍କୁ କ୍ଷୁଦ୍ର ଖଣିଜ ନିର୍ଦ୍ଦେଶାଳୟର ଯୁଗ୍ମ ପ୍ରଶାସନିକ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି ।

ସେହିପରି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଓଡ଼ିଶା ପଣ୍ୟାଗାର ନିଗମ ପରିଚାଳନା ନିର୍ଦ୍ଦେଶକ ତଥା ବରିଷ୍ଠ ଓଏଏସ୍ ପ୍ରଦୀପ କୁମାର ଗରଦିଆଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛନ୍ତି । ସେହିପରି ଇଡକୋ ଚିଫ୍ ଜେନେରାଲ ମ୍ୟାନେଜର ଗଣେଶ୍ୱର ଜେନାଙ୍କୁ ଓଡ଼ିଶା ପଣ୍ୟାଗାର ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ଜଗତସିଂହପୁର ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ବରିଷ୍ଠ ଓଏଏସ୍ ସରୋଜକାନ୍ତ ମହାନ୍ତିଙ୍କୁ ଇଡକୋ ଚିଫ୍ ଜେନେରାଲ ମ୍ୟାନେଜର(ପି ଆଣ୍ଡ ଏ), ସୁବାସ ଚନ୍ଦ୍ର ନାଥଶର୍ମାଙ୍କୁ ଇଡକୋ ଚିଫ ଜେନେରାଲ ମ୍ୟାନେଜର(ଏମ୍‌ଏସ୍‌ଏମ୍‌ଏଇ), ସୁଚାରୂ କୁମାର ବଳଙ୍କୁ ମୟୂରଭଞ୍ଜ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ, ଶିବୋ ଟୋପୋଙ୍କୁ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।

ସେହିପରି କଟକ ସ୍ଥିତ ଆଚାର୍ଯ୍ୟ ହରିହର କ୍ୟାନସର କେନ୍ଦ୍ରର ପ୍ରଶାସନିକ ଅଧିକାରୀ ରୁଦ୍ର ନାରାୟଣ ଦାଶଙ୍କୁ ଜଗତସିଂହପୁର ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ଦିଲ୍ଲୀପ କୁମାର ମହାପାତ୍ରଙ୍କୁ ପୁରୀ ଅତିରିକ୍ତ ଜିଲ୍ଲାପାଳ, ଅଶୋକ କୁମାର ପ୍ରଧାନଙ୍କୁ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଓ ପ୍ରେମାଂଶୁ ଚାନ୍ଦଙ୍କୁ କରଞ୍ଜିଆ ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।