କଟକ,ଏନ୍ଏନ୍ଏସ୍: ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମ ପରୀକ୍ଷା ପାଇଁ ଓପିଏସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅଗଷ୍ଟ ୨୭ରେ ୨ଟି ସିଟିଂରେ ପରୀକ୍ଷା ହେବ ବୋଲି ଜଣାପଡ଼ିଛି। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଜିଏସ୍ ପ୍ରଥମ ପେପର ଓ ସାଢ଼େ ୧ରୁ ସାଢ଼େ ୩ଟା ପର୍ଯ୍ୟନ୍ତ ଦ୍ୱିତୀୟ ପେପର ପରୀକ୍ଷା ହେବ। ପରୀକ୍ଷା ନିମନ୍ତେ ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ ଓ ସମ୍ବଲପୁରରେ ପରୀକ୍ଷା କେନ୍ଦ୍ର ପ୍ରସ୍ତୁତ କରାଯାଇଛି।