ବିଧାନସଭା ମୌସୁମୀ ଅଧିବେଶନ: ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ୧୨ଟା ୩୪ ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ପ୍ରଥମ ଦିନରେ ଗୃହ ଆରମ୍ଭରୁ ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ। ପ୍ରଶ୍ନକାଳ ବାତିଲ କରି ମରୁଡି ପ୍ରସଙ୍ଗରେ ଗୃହରେ ଆଲୋଚନା ପାଇଁ ଦାବି କରିଛି କଂଗ୍ରେସ। ବିରୋଧୀ କଂଗ୍ରେସ ସଦସ୍ୟ ବାଚସ୍ପତିଙ୍କ ପୋଡିୟମ ଆଗକୁ ଆସି ନାରାବାଜି କରିଥିଲେ। ଫଳରେ ବାଚସ୍ପତି ଗୃହକୁ ୧୨ଟା ୩୪ ଯାଏଁ ମୁଲତବୀ ରଖିଛନ୍ତି।

ସୂଚନାଯୋଗ୍ୟ ଯେ, ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ଏହା ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସ୍ୱଳ୍ପ କାଳୀନ ଅଧିବେଶନ ମଧ୍ୟରେ ୮ଟି କାର୍ଯ୍ୟ ଦିବସ ରହିଥିବା ବେଳେ ୧୨ଟି ବିଲ ଆସିବ। ଭିସି ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଯୋଡି ହୋଇଛନ୍ତି। ସେହିପରି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଏମ୍ସରୁ ଅତିଥି ଭବନରୁ ଯୋଡି ହୋଇଛନ୍ତି। ଏବଂ ଅନ୍ୟମାନେ ଚାହିଁଲେ ବି ଭିସି ଜରିଆରେ ଯୋଡି ହୋଇପାରିବ ବୋଲି କହିଛନ୍ତି ବାଚସ୍ପତି। ଗୃହ କାର୍ଯ୍ୟ ଆରମ୍ଭରୁ ଦିବଙ୍ଗତ ନେତା ଓ କୋଭିଡ ଯୋଦ୍ଧା ମାନଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାଵ ଆଗତ ହୋଇଛି।